4ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।
5ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର,
6ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ।
7ତୁମ୍ଭ ପାର୍ଶ୍ୱରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକୁ ଆସିବ ନାହିଁ।