Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 91

ଗୀତସଂହିତା 91:7-14

Help us?
Click on verse(s) to share them!
7ତୁମ୍ଭ ପାର୍ଶ୍ୱରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକୁ ଆସିବ ନାହିଁ।
8ତୁମ୍ଭେ କେବଳ ସ୍ୱଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ।
9କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋହର ଆଶ୍ରୟ। ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ।
10ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ, କିଅବା କୌଣସି ମାରୀ ତୁମ୍ଭ ତମ୍ବୁ ନିକଟକୁ ଆସିବ ନାହିଁ।
11କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ।
12ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ, ଏଥିପାଇଁ ସେମାନେ ସ୍ୱହସ୍ତରେ ତୁମ୍ଭକୁ ବହିବେ।
13ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ।
14ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।

Read ଗୀତସଂହିତା 91ଗୀତସଂହିତା 91
Compare ଗୀତସଂହିତା 91:7-14ଗୀତସଂହିତା 91:7-14