10ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।
11ମୋ’ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋ’ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।
12ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ।