13ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।
14ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;
15ତଦ୍ଦ୍ୱାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।