Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 92

ଗୀତସଂହିତା 92:2-10

Help us?
Click on verse(s) to share them!
2ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ୱନିରେ,
3ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ୱସ୍ତତା ପ୍ରଚାର କରିବାର ଉତ୍ତମ।
4ଯେହେତୁ ହେ ସଦାପ୍ରଭୁ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି।
5ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ କିପରି ମହତ ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର।
6ଜ୍ଞାନହୀନ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;
7ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।
8ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ୱବାସୀ।
9କାରଣ ହେ ସଦାପ୍ରଭୁ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ।
10ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।

Read ଗୀତସଂହିତା 92ଗୀତସଂହିତା 92
Compare ଗୀତସଂହିତା 92:2-10ଗୀତସଂହିତା 92:2-10