7ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।
8ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ୱବାସୀ।
9କାରଣ ହେ ସଦାପ୍ରଭୁ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ।
10ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।
11ମୋ’ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋ’ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।