9କାରଣ ହେ ସଦାପ୍ରଭୁ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ।
10ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।
11ମୋ’ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋ’ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।