10ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ ?
11ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି।
12ହେ ସଦାପ୍ରଭୁ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
13ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ।
14କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ।
15ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ।
16କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ ? କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ ?
17ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥା’ନ୍ତା।
18“ମୋହର ପାଦ ଖସି ଯାଉଛି” ବୋଲି କହିଲା ବେଳେ, ହେ ସଦାପ୍ରଭୁ, ତୁମ୍ଭର ଦୟା ମୋତେ ଧରି ରଖିଲା।
19ମୋ’ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ୱନାସବୁ ମୋ’ ପ୍ରାଣକୁ ଆହ୍ଲାଦିତ କରେ।
20ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ ?
21ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି।
22ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ ଓ ମୋ’ ପରମେଶ୍ୱର ମୋହର ଆଶ୍ରୟ ଶୈଳ ହୋଇଅଛନ୍ତି।