Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 94

ଗୀତସଂହିତା 94:2-16

Help us?
Click on verse(s) to share them!
2ହେ ପୃଥିବୀର ବିଚାରକର୍ତ୍ତା, ଉଠ; ଅହଙ୍କାରୀମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ।
3ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ୱନି କରିବେ ?
4ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି।
5ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି।
6ସେମାନେ ବିଧବା, ବିଦେଶୀକୁ ବଧ କରନ୍ତି ଓ ପିତୃହୀନମାନଙ୍କୁ ହତ୍ୟା କରନ୍ତି।
7ପୁଣି, ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି।
8ହେ ଲୋକଙ୍କ ମଧ୍ୟରେ ପଶୁବତ୍‍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ ?
9ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ ? ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ ?
10ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ ?
11ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି।
12ହେ ସଦାପ୍ରଭୁ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
13ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ।
14କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ।
15ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ।
16କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ ? କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ ?

Read ଗୀତସଂହିତା 94ଗୀତସଂହିତା 94
Compare ଗୀତସଂହିତା 94:2-16ଗୀତସଂହିତା 94:2-16