Text copied!
Bibles in Odia

ଗୀତସଂହିତା 94:2-8 in Odia

Help us?

ଗୀତସଂହିତା 94:2-8 in ଓଡିଆ ବାଇବେଲ

2 ହେ ପୃଥିବୀର ବିଚାରକର୍ତ୍ତା, ଉଠ; ଅହଙ୍କାରୀମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ।
3 ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ୱନି କରିବେ ?
4 ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି।
5 ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି।
6 ସେମାନେ ବିଧବା, ବିଦେଶୀକୁ ବଧ କରନ୍ତି ଓ ପିତୃହୀନମାନଙ୍କୁ ହତ୍ୟା କରନ୍ତି।
7 ପୁଣି, ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି।
8 ହେ ଲୋକଙ୍କ ମଧ୍ୟରେ ପଶୁବତ୍‍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ ?
ଗୀତସଂହିତା 94 in ଓଡିଆ ବାଇବେଲ