Text copied!
Bibles in Odia

ଗୀତସଂହିତା 94:5-17 in Odia

Help us?

ଗୀତସଂହିତା 94:5-17 in ଓଡିଆ ବାଇବେଲ

5 ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି।
6 ସେମାନେ ବିଧବା, ବିଦେଶୀକୁ ବଧ କରନ୍ତି ଓ ପିତୃହୀନମାନଙ୍କୁ ହତ୍ୟା କରନ୍ତି।
7 ପୁଣି, ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି।
8 ହେ ଲୋକଙ୍କ ମଧ୍ୟରେ ପଶୁବତ୍‍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ ?
9 ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ ? ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ ?
10 ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ ?
11 ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି।
12 ହେ ସଦାପ୍ରଭୁ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
13 ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ।
14 କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ।
15 ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ।
16 କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ ? କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ ?
17 ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥା’ନ୍ତା।
ଗୀତସଂହିତା 94 in ଓଡିଆ ବାଇବେଲ