8ହେ ଲୋକଙ୍କ ମଧ୍ୟରେ ପଶୁବତ୍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ ?
9ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ ? ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ ?
10ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ ?