Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 95

ଗୀତସଂହିତା 95:1-6

Help us?
Click on verse(s) to share them!
1ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
2ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରୁ।
3କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି।
4ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର।
5ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ।
6ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ;

Read ଗୀତସଂହିତା 95ଗୀତସଂହିତା 95
Compare ଗୀତସଂହିତା 95:1-6ଗୀତସଂହିତା 95:1-6