Text copied!
Bibles in Odia

ଗୀତସଂହିତା 96:1-6 in Odia

Help us?

ଗୀତସଂହିତା 96:1-6 in ଓଡିଆ ବାଇବେଲ

1 ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର।
3 ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।
4 କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ।
5 କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
6 ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ।
ଗୀତସଂହିତା 96 in ଓଡିଆ ବାଇବେଲ