Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 96

ଗୀତସଂହିତା 96:3-8

Help us?
Click on verse(s) to share them!
3ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।
4କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ।
5କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
6ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ।
7ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
8ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ।

Read ଗୀତସଂହିତା 96ଗୀତସଂହିତା 96
Compare ଗୀତସଂହିତା 96:3-8ଗୀତସଂହିତା 96:3-8