Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 97

ଗୀତସଂହିତା 97:3-8

Help us?
Click on verse(s) to share them!
3ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ।
4ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା।
5ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ।
6ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି।
7ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।
8ହେ ସଦାପ୍ରଭୁ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ।

Read ଗୀତସଂହିତା 97ଗୀତସଂହିତା 97
Compare ଗୀତସଂହିତା 97:3-8ଗୀତସଂହିତା 97:3-8