4ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା।
5ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ।
6ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି।
7ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।