7ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।
8ହେ ସଦାପ୍ରଭୁ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ।
9କାରଣ ହେ ସଦାପ୍ରଭୁ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ।
10ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;