Text copied!
Bibles in Odia

ଗୀତସଂହିତା 98:2-6 in Odia

Help us?

ଗୀତସଂହିତା 98:2-6 in ଓଡିଆ ବାଇବେଲ

2 ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି।
3 ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।
4 ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚ ଧ୍ୱନି କର, ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର।
5 ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।
6 ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର।
ଗୀତସଂହିତା 98 in ଓଡିଆ ବାଇବେଲ