1ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।
2ସଦାପ୍ରଭୁ ସିୟୋନରେ ମହାନ ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ।
3ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି।
4ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।
5ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି।