12କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।
13ହେ ସଦାପ୍ରଭୁ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋ’ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।
14ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ-କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।
15ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।
16ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। ହିଗାୟୋନ୍, ସେଲା