Text copied!
Bibles in Odia

ଗୀତସଂହିତା 9:13-19 in Odia

Help us?

ଗୀତସଂହିତା 9:13-19 in ଓଡିଆ ବାଇବେଲ

13 ହେ ସଦାପ୍ରଭୁ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋ’ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।
14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ-କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।
15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।
16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। ହିଗାୟୋନ୍‍, ସେଲା
17 ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ।
18 କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।
19 ହେ ସଦାପ୍ରଭୁ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ।
ଗୀତସଂହିତା 9 in ଓଡିଆ ବାଇବେଲ