Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 9

ଗୀତସଂହିତା 9:2-10

Help us?
Click on verse(s) to share them!
2ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
3ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି।
4କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ।
5ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ।
6ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।
7ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।
8ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।
9ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;
10ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।

Read ଗୀତସଂହିତା 9ଗୀତସଂହିତା 9
Compare ଗୀତସଂହିତା 9:2-10ଗୀତସଂହିତା 9:2-10