Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 9

ଗୀତସଂହିତା 9:4-20

Help us?
Click on verse(s) to share them!
4କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ।
5ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ।
6ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।
7ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।
8ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।
9ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;
10ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।
11ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।
12କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।
13ହେ ସଦାପ୍ରଭୁ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋ’ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।
14ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ-କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।
15ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।
16ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। ହିଗାୟୋନ୍‍, ସେଲା
17ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ।
18କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।
19ହେ ସଦାପ୍ରଭୁ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ।
20ହେ ସଦାପ୍ରଭୁ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। ସେଲା

Read ଗୀତସଂହିତା 9ଗୀତସଂହିତା 9
Compare ଗୀତସଂହିତା 9:4-20ଗୀତସଂହିତା 9:4-20