Text copied!
Bibles in Odia

ଗୀତସଂହିତା 9:8-16 in Odia

Help us?

ଗୀତସଂହିତା 9:8-16 in ଓଡିଆ ବାଇବେଲ

8 ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।
9 ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;
10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।
11 ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।
12 କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।
13 ହେ ସଦାପ୍ରଭୁ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋ’ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।
14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ-କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।
15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।
16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। ହିଗାୟୋନ୍‍, ସେଲା
ଗୀତସଂହିତା 9 in ଓଡିଆ ବାଇବେଲ