Text copied!
CopyCompare
ଓଡିଆ ବାଇବେଲ - ଦାନିୟେଲ - ଦାନିୟେଲ 2

ଦାନିୟେଲ 2:14-23

Help us?
Click on verse(s) to share them!
14ସେତେବେଳେ ଅରୀୟୋକ୍‍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;
15ସେ ରାଜସେନାପତି ଅରୀୟୋକ୍‍କୁ ଉତ୍ତର କରି କହିଲେ, ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି ? ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା।
16ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ।
17ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍‍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,
18ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
19ଏଥିଉତ୍ତାରେ ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା। ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ।
20ଦାନିୟେଲ ଉତ୍ତର କରି କହିଲେ, ପରମେଶ୍ୱରଙ୍କର ନାମ ସଦା ସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;
21ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;
22ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।
23ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।

Read ଦାନିୟେଲ 2ଦାନିୟେଲ 2
Compare ଦାନିୟେଲ 2:14-23ଦାନିୟେଲ 2:14-23