Text copied!
CopyCompare
ଓଡିଆ ବାଇବେଲ - ଦ୍ୱିତୀୟ ରାଜାବଳୀ - ଦ୍ୱିତୀୟ ରାଜାବଳୀ 11

ଦ୍ୱିତୀୟ ରାଜାବଳୀ 11:2-13

Help us?
Click on verse(s) to share them!
2ମାତ୍ର ଯୋରାମ୍‍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶ୍‍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକି ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ।
3ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା।
4ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ଓ ପ୍ରହରୀବର୍ଗର ଶତପତିମାନଙ୍କୁ ଅଣାଇ ସଦାପ୍ରଭୁଙ୍କ ଗୃହକୁ ଆପଣା ନିକଟକୁ ନେଲା; ଆଉ ସେ ସେମାନଙ୍କ ସହିତ ନିୟମ କରି ସଦାପ୍ରଭୁଙ୍କ ଗୃହରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ରଙ୍କୁ ଦେଖାଇଲା।
5ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମଦିନରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ,
6ଓ ତୃତୀୟାଂଶ ସୂର ଦ୍ୱାରରେ ରହିବେ ଓ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍‍ ଦ୍ୱାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ।
7ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍‍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ।
8ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେ କେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ। ”
9ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ।
10ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା।
11ତହୁଁ ଗୃହର ଦକ୍ଷିଣ ପାର୍ଶ୍ଵରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ।
12ସେତେବେଳେ ସେ ରାଜପୁତ୍ର ଯୋୟାଶ୍‍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
13ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ ନିକଟକୁ ଆସିଲା।

Read ଦ୍ୱିତୀୟ ରାଜାବଳୀ 11ଦ୍ୱିତୀୟ ରାଜାବଳୀ 11
Compare ଦ୍ୱିତୀୟ ରାଜାବଳୀ 11:2-13ଦ୍ୱିତୀୟ ରାଜାବଳୀ 11:2-13