Text copied!
CopyCompare
ଓଡିଆ ବାଇବେଲ - ଦ୍ୱିତୀୟ ରାଜାବଳୀ - ଦ୍ୱିତୀୟ ରାଜାବଳୀ 11

ଦ୍ୱିତୀୟ ରାଜାବଳୀ 11:7-16

Help us?
Click on verse(s) to share them!
7ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍‍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ।
8ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେ କେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ। ”
9ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ।
10ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା।
11ତହୁଁ ଗୃହର ଦକ୍ଷିଣ ପାର୍ଶ୍ଵରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ।
12ସେତେବେଳେ ସେ ରାଜପୁତ୍ର ଯୋୟାଶ୍‍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
13ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ ନିକଟକୁ ଆସିଲା।
14ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ !” ବୋଲି ଡାକ ପକାଇଲା।
15ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇ ଯାଅ ଓ ଯେ ତାହାର ପଶ୍ଚାଦ୍‍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।”
16ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ୱଦ୍ୱାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା।

Read ଦ୍ୱିତୀୟ ରାଜାବଳୀ 11ଦ୍ୱିତୀୟ ରାଜାବଳୀ 11
Compare ଦ୍ୱିତୀୟ ରାଜାବଳୀ 11:7-16ଦ୍ୱିତୀୟ ରାଜାବଳୀ 11:7-16