Text copied!
Bibles in Odia

ଦ୍ୱିତୀୟ ରାଜାବଳୀ 11:7-16 in Odia

Help us?

ଦ୍ୱିତୀୟ ରାଜାବଳୀ 11:7-16 in ଓଡିଆ ବାଇବେଲ

7 ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍‍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ।
8 ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେ କେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ। ”
9 ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ।
10 ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା।
11 ତହୁଁ ଗୃହର ଦକ୍ଷିଣ ପାର୍ଶ୍ଵରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ।
12 ସେତେବେଳେ ସେ ରାଜପୁତ୍ର ଯୋୟାଶ୍‍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
13 ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ ନିକଟକୁ ଆସିଲା।
14 ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ !” ବୋଲି ଡାକ ପକାଇଲା।
15 ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇ ଯାଅ ଓ ଯେ ତାହାର ପଶ୍ଚାଦ୍‍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।”
16 ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ୱଦ୍ୱାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା।
ଦ୍ୱିତୀୟ ରାଜାବଳୀ 11 in ଓଡିଆ ବାଇବେଲ