Text copied!
CopyCompare
ଓଡିଆ ବାଇବେଲ - ଦ୍ୱିତୀୟ ରାଜାବଳୀ - ଦ୍ୱିତୀୟ ରାଜାବଳୀ 15

ଦ୍ୱିତୀୟ ରାଜାବଳୀ 15:10-18

Help us?
Click on verse(s) to share them!
10ଆଉ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
11ଏହି ଜିଖରୀୟଙ୍କ ଅବଶିଷ୍ଟ ବୃତ୍ତାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
12ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା।
13ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ରାଜତ୍ଵ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।
14ଆଉ ଗାଦିର ପୁତ୍ର ମନହେମ୍‍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ।
15ଏହି ଶଲ୍ଲୁମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଚକ୍ରାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
16ଏଥିଉତ୍ତାରେ ମନହେମ୍‍ ତିର୍ସାଠାରୁ, ତିପ୍‍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିପ୍‍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ। ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ।
17ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍‍ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ।
18ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ।

Read ଦ୍ୱିତୀୟ ରାଜାବଳୀ 15ଦ୍ୱିତୀୟ ରାଜାବଳୀ 15
Compare ଦ୍ୱିତୀୟ ରାଜାବଳୀ 15:10-18ଦ୍ୱିତୀୟ ରାଜାବଳୀ 15:10-18