28ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବେଥେଲ୍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା।
29ତଥାପି ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣାର ଦେବତା ନିର୍ମାଣ କଲେ ଓ ଶମରୀୟ ଲୋକମାନେ ଉଚ୍ଚସ୍ଥଳୀମାନରେ ଯେସବୁ ଗୃହ ନିର୍ମାଣ କରିଥିଲେ; ତହିଁ ମଧ୍ୟରେ ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ନିବାସ ନଗରରେ ଆପଣା ଆପଣାର ଦେବତା ସ୍ଥାପନ କଲେ।
30ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍ ବନୋତ୍ ନିର୍ମାଣ କଲେ, ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ, ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ,
31ଓ ଅବ୍ବୀୟ ଲୋକମାନେ ନିଭସ୍ ଓ ତର୍ତ୍ତକ୍ ନିର୍ମାଣ କଲେ, ଓ ସଫର୍ବୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍ ଓ ଅନମ୍ମେଲକ୍ ଦେବତାମାନଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କଲେ।
32ଏହିରୂପେ ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ ଏବଂ ଆପଣାମାନଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉଚ୍ଚସ୍ଥଳୀ ସବୁର ଯାଜକମାନଙ୍କୁ ମଧ୍ୟ ନିଯୁକ୍ତ କଲେ। ସେମାନେ ସେମାନଙ୍କ ନିମନ୍ତେ ଉଚ୍ଚସ୍ଥଳୀର ଗୃହସବୁରେ ବଳିଦାନ କଲେ।
33ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ, ପୁଣି ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନେ ନୀତ ହୋଇଥିଲେ, ସେମାନଙ୍କ ରୀତି ଅନୁସାରେ ଆପଣା ଆପଣା ଦେବତାମାନଙ୍କର ମଧ୍ୟ ସେବା କଲେ।
34ସେମାନେ ଆଜି ପର୍ଯ୍ୟନ୍ତ ପୂର୍ବ ରୀତି ଅନୁସାରେ କରୁଅଛନ୍ତି; ସେମାନେ ସଦାପ୍ରଭୁଙ୍କୁ ଭୟ କରୁ ନାହାନ୍ତି, କିଅବା ସଦାପ୍ରଭୁ ଯେଉଁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ, ତାଙ୍କ ସନ୍ତାନଗଣର ସେମାନଙ୍କର ବିଧି ଅନୁସାରେ ଓ ସେମାନଙ୍କ ଶାସନାନୁସାରେ ଓ ସେମାନଙ୍କୁ ଦତ୍ତ ତାହାଙ୍କର ବ୍ୟବସ୍ଥା ଓ ଆଜ୍ଞାନୁସାରେ କରୁ ନାହାନ୍ତି।