14ମୋ’ ପ୍ରିୟତମ ମୋ’ ପ୍ରତି ଐନଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦି ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି।
15ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ।
16ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍ବର୍ଣ୍ଣ ଅଟେ।
17ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି ଓ ଦେବଦାରୁ କାଷ୍ଠ ଆମ୍ଭମାନଙ୍କର ବରଗା।