Text copied!
Bibles in Odia

ପରମ ଗୀତ 1:3-10 in Odia

Help us?

ପରମ ଗୀତ 1:3-10 in ଓଡିଆ ବାଇବେଲ

3 ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।
4 ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।
5 ହେ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ।
6 ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋ’ ପ୍ରତି କୁଦୃଷ୍ଟି କର ନାହିଁ। ମୋ’ ମାତାର ସନ୍ତାନଗଣ ମୋ’ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ।
7 ହେ ମୋ’ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ?
8 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।
9 ହେ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି।
10 ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ।
ପରମ ଗୀତ 1 in ଓଡିଆ ବାଇବେଲ