Text copied!
Bibles in Odia

ପରମ ଗୀତ 1:7-12 in Odia

Help us?

ପରମ ଗୀତ 1:7-12 in ଓଡିଆ ବାଇବେଲ

7 ହେ ମୋ’ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ?
8 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।
9 ହେ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି।
10 ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ।
11 ଆମ୍ଭେ ତୁମ୍ଭ ପାଇଁ ରୂପା ଭୁଣ୍ଡିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା।
12 ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋ’ ସୁଗନ୍ଧିର ସୁବାସ ବ୍ୟାପ୍ତ ହେଲା।
ପରମ ଗୀତ 1 in ଓଡିଆ ବାଇବେଲ