Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 1

ପରମ ଗୀତ 1:9-16

Help us?
Click on verse(s) to share them!
9ହେ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି।
10ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ।
11ଆମ୍ଭେ ତୁମ୍ଭ ପାଇଁ ରୂପା ଭୁଣ୍ଡିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା।
12ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋ’ ସୁଗନ୍ଧିର ସୁବାସ ବ୍ୟାପ୍ତ ହେଲା।
13ମୋହର ପ୍ରିୟତମ ମୋ’ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋ’ ପ୍ରତି ଅଟନ୍ତି।
14ମୋ’ ପ୍ରିୟତମ ମୋ’ ପ୍ରତି ଐନଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦି ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି।
15ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ।
16ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍‍ବର୍ଣ୍ଣ ଅଟେ।

Read ପରମ ଗୀତ 1ପରମ ଗୀତ 1
Compare ପରମ ଗୀତ 1:9-16ପରମ ଗୀତ 1:9-16