13ଡିମ୍ବିରି ବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
14ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର।
15ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।”
16ମୋ’ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି।