2ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା।
3ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋ’ ତୁଣ୍ଡକୁ ସ୍ୱାଦ ଲାଗିଲା।
4ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋ’ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା।
5ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; କାରଣ ମୁଁ ପ୍ରେମ ପୀଡ଼ିତା।
6ତାଙ୍କ ବାମ ହସ୍ତ ମୋ’ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ।
7ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।
8ଏହି ତ ମୋ’ ପ୍ରିୟତମଙ୍କ ରବ ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି।
9ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।
10ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
11କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା;
12ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି;