Text copied!
Bibles in Odia

ପରମ ଗୀତ 2:2-7 in Odia

Help us?

ପରମ ଗୀତ 2:2-7 in ଓଡିଆ ବାଇବେଲ

2 ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା।
3 ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋ’ ତୁଣ୍ଡକୁ ସ୍ୱାଦ ଲାଗିଲା।
4 ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋ’ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା।
5 ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; କାରଣ ମୁଁ ପ୍ରେମ ପୀଡ଼ିତା।
6 ତାଙ୍କ ବାମ ହସ୍ତ ମୋ’ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ।
7 ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।
ପରମ ଗୀତ 2 in ଓଡିଆ ବାଇବେଲ