Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 2

ପରମ ଗୀତ 2:5-14

Help us?
Click on verse(s) to share them!
5ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; କାରଣ ମୁଁ ପ୍ରେମ ପୀଡ଼ିତା।
6ତାଙ୍କ ବାମ ହସ୍ତ ମୋ’ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ।
7ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।
8ଏହି ତ ମୋ’ ପ୍ରିୟତମଙ୍କ ରବ ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି।
9ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।
10ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
11କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା;
12ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି;
13ଡିମ୍ବିରି ବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
14ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର।

Read ପରମ ଗୀତ 2ପରମ ଗୀତ 2
Compare ପରମ ଗୀତ 2:5-14ପରମ ଗୀତ 2:5-14