7ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।
8ଏହି ତ ମୋ’ ପ୍ରିୟତମଙ୍କ ରବ ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି।
9ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।
10ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
11କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା;
12ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି;