Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 3

ପରମ ଗୀତ 3:1-6

Help us?
Click on verse(s) to share them!
1ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।
2ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।
3ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ କି ତୁମ୍ଭେମାନେ ଦେଖିଲ ?
4ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋ’ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।
5ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।
6ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ ?

Read ପରମ ଗୀତ 3ପରମ ଗୀତ 3
Compare ପରମ ଗୀତ 3:1-6ପରମ ଗୀତ 3:1-6