2ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।
3ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ କି ତୁମ୍ଭେମାନେ ଦେଖିଲ ?