3ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ କି ତୁମ୍ଭେମାନେ ଦେଖିଲ ?
4ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋ’ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।
5ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।
6ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ ?
7ଦେଖ, ତାହା ଶଲୋମନଙ୍କର ବିଶ୍ରାମର ଆସନ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି।
8ସେମାନେ ସମସ୍ତେ ଖଡ୍ଗଧାରୀ ଓ ଯୁଦ୍ଧରେ ନିପୁଣ; ରାତ୍ରିକାଳର ଆଶଙ୍କା ହେତୁ ପ୍ରତ୍ୟେକର କଟିଦେଶରେ ସ୍ୱ ସ୍ୱ ଖଡ୍ଗ ବନ୍ଧା ଥାଏ।