7ଦେଖ, ତାହା ଶଲୋମନଙ୍କର ବିଶ୍ରାମର ଆସନ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି।
8ସେମାନେ ସମସ୍ତେ ଖଡ୍ଗଧାରୀ ଓ ଯୁଦ୍ଧରେ ନିପୁଣ; ରାତ୍ରିକାଳର ଆଶଙ୍କା ହେତୁ ପ୍ରତ୍ୟେକର କଟିଦେଶରେ ସ୍ୱ ସ୍ୱ ଖଡ୍ଗ ବନ୍ଧା ଥାଏ।
9ଶଲୋମନ ରାଜା ଆପଣା ପାଇଁ ଲିବାନୋନର କାଷ୍ଠର ଏକ ପାଲିଙ୍କି ନିର୍ମାଣ କଲେ।
10ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ୱାରା ପ୍ରେମରେ ମଣ୍ଡିତ।
11ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି।