Text copied!
Bibles in Odia

ପରମ ଗୀତ 4:1-14 in Odia

Help us?

ପରମ ଗୀତ 4:1-14 in ଓଡିଆ ବାଇବେଲ

1 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ ତୁମ୍ଭେ ସୁନ୍ଦରୀ; ଓଢ଼ଣା ତଳେ ତୁମ୍ଭ ଚକ୍ଷୁ କପୋତ ତୁଲ୍ୟ; ତୁମ୍ଭର କେଶ ଗିଲୀୟଦ ପର୍ବତ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।
2 ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍‍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।
3 ତୁମ୍ଭର ଓଷ୍ଠାଧର ସିନ୍ଦୂରବର୍ଣ୍ଣ ସୂତା ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଓଢ଼ଣି ତଳେ ତୁମ୍ଭ ଗାଲ ଡାଳିମ୍ବ ତୁଲ୍ୟ।
4 ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, ବୀରଗଣର ସକଳ ଢାଲ ଟଙ୍ଗାଗଲା।
5 କଇଁଫୁଲବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।
6 ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି।
7 ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ।
8 ହେ ମୋହର କନ୍ୟେ, ମୋ’ ସଙ୍ଗେ ଲିବାନୋନରୁ, ମୋ’ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍‍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।
9 ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ।
10 ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ !
11 ହେ ମୋହର କନ୍ୟା, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ୱା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ।
12 ମୋହର ପ୍ରିୟେ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ।
13 ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ବ ଉପବନ; ମେହେନ୍ଦି, ସୁଗନ୍ଧି ବୃକ୍ଷର ଚାରାବିଶିଷ୍ଟ,
14 ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁରୁ, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ।
ପରମ ଗୀତ 4 in ଓଡିଆ ବାଇବେଲ