12ମୋହର ପ୍ରିୟେ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ।
13ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ବ ଉପବନ; ମେହେନ୍ଦି, ସୁଗନ୍ଧି ବୃକ୍ଷର ଚାରାବିଶିଷ୍ଟ,
14ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁରୁ, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ।
15ତୁମ୍ଭେ ଉଦ୍ୟାନସମୂହର ଜଳାକର, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସ୍ରୋତ ସଦୃଶ୍ୟ।
16ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋ’ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।