2ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।
3ତୁମ୍ଭର ଓଷ୍ଠାଧର ସିନ୍ଦୂରବର୍ଣ୍ଣ ସୂତା ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଓଢ଼ଣି ତଳେ ତୁମ୍ଭ ଗାଲ ଡାଳିମ୍ବ ତୁଲ୍ୟ।
4ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, ବୀରଗଣର ସକଳ ଢାଲ ଟଙ୍ଗାଗଲା।
5କଇଁଫୁଲବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।
6ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି।
7ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ।
8ହେ ମୋହର କନ୍ୟେ, ମୋ’ ସଙ୍ଗେ ଲିବାନୋନରୁ, ମୋ’ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।
9ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ।