Text copied!
Bibles in Odia

ପରମ ଗୀତ 4:4-11 in Odia

Help us?

ପରମ ଗୀତ 4:4-11 in ଓଡିଆ ବାଇବେଲ

4 ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, ବୀରଗଣର ସକଳ ଢାଲ ଟଙ୍ଗାଗଲା।
5 କଇଁଫୁଲବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।
6 ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି।
7 ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ।
8 ହେ ମୋହର କନ୍ୟେ, ମୋ’ ସଙ୍ଗେ ଲିବାନୋନରୁ, ମୋ’ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍‍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।
9 ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ।
10 ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ !
11 ହେ ମୋହର କନ୍ୟା, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ୱା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ।
ପରମ ଗୀତ 4 in ଓଡିଆ ବାଇବେଲ