7ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ।
8ହେ ମୋହର କନ୍ୟେ, ମୋ’ ସଙ୍ଗେ ଲିବାନୋନରୁ, ମୋ’ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।
9ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ।
10ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ !