Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 4

ପରମ ଗୀତ 4:9-14

Help us?
Click on verse(s) to share them!
9ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ।
10ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ !
11ହେ ମୋହର କନ୍ୟା, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ୱା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ।
12ମୋହର ପ୍ରିୟେ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ।
13ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ବ ଉପବନ; ମେହେନ୍ଦି, ସୁଗନ୍ଧି ବୃକ୍ଷର ଚାରାବିଶିଷ୍ଟ,
14ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁରୁ, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ।

Read ପରମ ଗୀତ 4ପରମ ଗୀତ 4
Compare ପରମ ଗୀତ 4:9-14ପରମ ଗୀତ 4:9-14